ରାଜ୍ୟ

ଲଘୁଚାପ ବର୍ଷାରେ ବେହାଲ୍ ରାଜ୍ୟ, ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି

Spread the love

ଲଘୁଚାପ ବର୍ଷାରେ ବେହାଲ୍ ରାଜ୍ୟ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଲାଗିରହିଛି ବର୍ଷା। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ହୋଇଛି ପ୍ରବଳ ବର୍ଷା। ଏହି ଦୁଇ ପାଣିପାଗ ନିୟାମକ ପ୍ରଭାବରେ ରାଜ୍ୟ‌ର ଅଧିକାଂଶ ଜିଲ୍ଲାରେ ସୋମବାର ଦିନ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଯାହାକୁ ନେଇ ସବୁ ଜିଲ୍ଲାପାଳ ଓ ମୁନ୍ୟିସିପାଲ୍ କମିଶନରଙ୍କୁ ଆଲର୍ଟ କରିଛନ୍ତି SRC।

Leave a Reply

Your email address will not be published. Required fields are marked *