କୁହୁଡି ପାଇଁ ଆଜି୧୧ ଜିଲ୍ଲାକୁ ଆଲର୍ଟ
ଆଜି ବଡ଼ି ଭୋରରୁ ଟ୍ୱିନ ସିଟି ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି।ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି । ଆଜି ପାଇଁ ୧୧ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ । ୫୦ ମିଟର ତଳକୁ ଖସି ଆସିଛି ଦୃଶ୍ୟମାନ କ୍ଷମତା । ଘନ କୁହୁଡି ପାଇଁ ଘାଟି ଓ ଦୁର୍ଘଟଣା ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବାକୁ ପରାମର୍ଶ ଦିଆଯାଇଛି ।

