ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତାବଶତଃ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଶ୍ବଭୂଷଣଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତ କରାଯାଉଛି ।

