ରାଜ୍ୟ

ଆତ୍ମସମର୍ପଣ କଲେ ୨୯ ମାଓବାଦୀ

Spread the love

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା SP ଙ୍କ ନିକଟରେ ୨୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । କୁତୁଲ ଏରିଆ କମ୍ମିଟି ମାଓ ସଙ୍ଗଠନର ଏମାନେ ସମସ୍ତେ ସକ୍ରିୟ ସଦସ୍ୟ ଥିଲେ । ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଥିଲେ । ପୋଲିସ ତରଫରୁ ସମସ୍ତଙ୍କୁ ୨୫ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବା ସହ ଆଗାମୀ ଦିନରେ ଥଇଥାନ କରାଯିବ ବୋଲି ପୋଲିସ କହିଛି । ତେବେ ନାରାୟଣ ପୋଲିସକୁ କେବେ ମଧ୍ୟ ଏତେ ସଂଖ୍ୟାରେ ନକ୍ସଲ ଆତ୍ମସମର୍ପଣ କରିଥିବା ରେକର୍ଡ ନାହିଁ । ଏହି ନକ୍ସଲମାନଙ୍କୁ ପୋଲିସ ପଚରାଉଚରା କରିବା ପରେ ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପଦାକୁ ଆସୁଛି ବୋଲି ପୋଲିସ କହିଛି ।  ତେବେ ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ସହ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇଦିଆଯିବ ବୋଲି ନାରାୟଣପୁର SP ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *