ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧା ବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାୟୀ ଶନିବାର ଦିନ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । ସୋଲ,ଜରି, କନା, କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ । କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିଥାନ୍ତି ମହାପ୍ରଭୁ।

