ଦେଶ ବିଦେଶ

ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି

Spread the love

ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର ।  ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ । ସକାଳୁ ସନ୍ଧ୍ୟା ଯାଏ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ ।  ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ ।୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।

Leave a Reply

Your email address will not be published. Required fields are marked *