ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ କାଙ୍କେର ଏବଂ ନାରାୟଣପୁର ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ହୋଇଛି । ଘଟଣାସ୍ଥଳରୁ ଗୋଟିଏ SLR ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଉତ୍ତର ବସ୍ତର ମାଓ ସଙ୍ଗଠନର ଶତାଧିକ ମାଓବାଦୀ ଏବଂ ଅନେକ ଟପ କ୍ୟାଡ଼ର ମାଓବାଦୀଙ୍କ ଉପସ୍ଥିତ ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ଏନକାଉଣ୍ଟରରେ ଜଣେ ହାର୍ଡ କୋର ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି କାଙ୍କେର SP । ନାରାୟଣପୁର ଏବଂ କାଙ୍କେର ଜିଲ୍ଲାର BSF ଓ DRG ଜବାନଙ୍କ ମିଳିତ ଅପରେସନରେ ଏହି ସଫଳତା ମିଳିଛି ।

