ଆସନ୍ତାକାଲି ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ
ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି ।ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

