ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ କୁଆଖାଇରେ ବୁଡ଼ି ୨ ଛାତ୍ର ମୃତ
ବୁଧବାର ଦିନ ସକାଳ ସମୟରେ ଦୁଇ ଜଣ ଛାତ୍ର ସରସ୍ୱତୀ ମୂର୍ତ୍ତିକୁ ନେଇ ବାଲିଅନ୍ତା ଥାନା ରଙ୍ଗ ବଜାର ନିକଟରେ ଥିବା କୁଆଖାଇ ନଦୀକୁ ବିସର୍ଜନ ପାଇଁ ଯାଇଥିଲେ । ହେଲେ ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡିଗଲେ ଦୁଇ ଜଣ ଛାତ୍ର । ଏହାପରେ ଦୁଇ ଜଣ ଛାତ୍ରଙ୍କୁ ଉଦ୍ଧାର କରି ନିକଟସ୍ଥ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତଦେହ ଘୋଷଣା କରିଛନ୍ତି । ତେବେ ଦୁଇ ମୃତ ଛାତ୍ର ଭୁବନେଶ୍ୱର ପିଚୁ ବସ୍ତି ଅଞ୍ଚଳ ବୋଲି ଜଣାପଡିଛି । ଘଟଣାରେ ବାଲିଅନ୍ତା ପୋଲିସ ଛାନ୍ଭିନ୍ ଜାରି ରଖିଛି । ଏହାସହିତ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ମଧ୍ୟ ଅପେକ୍ଷା ରଖିଛି ପୋଲିସ ।

