ରାଜ୍ୟ

‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Spread the love

ଖୋର୍ଦ୍ଧାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶାର’ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ଏହି ଯୋଜନା ତାଲିକା । ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ । ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ । ମୋଟ ପାଣ୍ଠିର ୪୦ ପ୍ରତିଶତ କେବଳ ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ ରେ ଖର୍ଚ୍ଚ ହେବ ।

Leave a Reply

Your email address will not be published. Required fields are marked *