ରାଜ୍ୟ

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Spread the love

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶାସନର ଦାୟିତ୍ୱ ଭାର ନେବା ପରଠୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିରେ ସାଧାରଣ ଜନତା ନିଜର ଅସୁବିଧା ଏବଂ ସମସ୍ୟାକୁ ନିଜେ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।ଏହାପରେ ଘଟଣାର ତଦନ୍ତ କରାଯାଇ ସମସ୍ୟାର ସମାଧାନ କରାଯାଉଛି।ଆଜି  ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।  ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି ।

Leave a Reply

Your email address will not be published. Required fields are marked *