ତ୍ରିବେଣୀରେ ବୁଡ଼ ପକାଇଲେ ଦ୍ରୌପଦୀ ମୁର୍ମୁ
ପ୍ରୟାଗରାଜ ତ୍ରିବେଣୀ ସଂଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରୟାଗରାଜରେ ପହଞ୍ଚିବା ପରେ ନୌବିହାର କରିଥିଲେ । ନୌବିହାର ବେଳେ ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଇଥିଲେ । ସାଙ୍ଗରେ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦୀବେନ ପଟେଲ। ବୁଡ଼ ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

