ରାଜ୍ୟ

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ

Spread the love

ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ ।  ଫେବୃଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ ।ଏହି ବୈଠକରେ ସପ୍ତଦଶ ବିଧାନସଭା ତୃତୀୟ ଅଧିବେଶନ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା କରାଯିବ ।  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି  ।

Leave a Reply

Your email address will not be published. Required fields are marked *