ରାଜ୍ୟ

ପବିତ୍ର ମାଘ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ

Spread the love

ଆଜି ଶ୍ରୀଜିଉଙ୍କ ଗଜୋଦ୍ଧାରଣ ବେଶ । ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ  । ତେବେ ସନ୍ଧ୍ୟା ଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି  । ସେହିପରି ବଳଭଦ୍ର ଚତୁହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିଥାନ୍ତି|

Leave a Reply

Your email address will not be published. Required fields are marked *