ରାଜ୍ୟ

ଅଲିଭ ରିଡଲେଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ

Spread the love

ଗଞ୍ଜାମ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି ।  ଆଜି ଭୋର୍ ସମୟରୁ ଧୀରେ ଧୀରେ ଅଲିଭ ରିଡଲେଙ୍କ ଆଗମନ ହୋଇଛି ।  ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ।କଇଁଛଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଣଅଣ୍ଡାଦାନ ପୂର୍ବରୁ ବ୍ରହ୍ମପୁର ଡିଏଫ୍‌ଓ ପୁରୁଣାବନ୍ଧ ଠାରୁ ବଟେଶ୍ଵର ପର୍ଯ୍ୟନ୍ତ ପାଞ୍ଚ କିମି ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛନ୍ତି ।  ଶହେ ମିଟର୍ ବ୍ୟବଧାନରେ ଗୋଟାଏ ଲେଖାଏଁ ୫୦ ଟି ସେଗମେଣ୍ଟ୍ କରାଯିବା ସହ ସହ ଆଠଟି କୃତ୍ରିମ ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରିଛି ବନ ବିଭାଗ ।  ବେଳାଭୂମିର ଦୁଇକିମି ପର୍ଯ୍ୟନ୍ତ ବାଲୁକାଶଯ୍ୟାରେ ସୁରକ୍ଷାବାଡ଼ କରାଯାଇଛି ।

ଫଳରେ କୁକୁର ଓ ବିଲୁଆ ସେହି ସ୍ଥାନକୁ ଯାଇ ପାରିବେ ନାହିଁ । ପ୍ରତିଦିନ ବୋଟ୍ ମାଧ୍ୟମରେ ଫରେଷ୍ଟର୍ ଙ୍କ ତତ୍ତ୍ୱାବଧାନରେ ସମୁଦ୍ରରେ ପାଟ୍ରୋଲିଂ କରାଯାଉଛି ।  ମିଳନ ପର୍ବ ଠାରୁ ଆରମ୍ଭ କରି ବର୍ତ୍ତମାନ ଗଣଅଣ୍ଡାଦାନ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ୧୪୦ ଜଣ ସୁରକ୍ଷାକର୍ମୀ ନିୟୋଜିତ ହେଇ ଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *