ରାଶିଫଳ

ଆଜିର ରାଶିଫଳ

Spread the love

ମେଷ : ବୈଷୟିକ ସୁଖ, ସମ୍ପଦ ପାଇବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ । ଆଜି ଇଚ୍ଛା ନ ଥାଇ ମଧ୍ୟ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ ।

ବୃଷ : ଆଜି ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମି କମି ଆସିବ । ଅବଶ୍ୟ ଯାତ୍ରା, ଶିଳ୍ପ, ବାଣିଜ୍ୟ ,ବ୍ୟବସାୟରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ମିଥୁନ : ଯେଉଁ କାମରେ ହାତ ଦେବେ ସଫଳତାର ଶୀର୍ଷକୁ ସ୍ପର୍ଶ କରିବେ । ଆମଦାନୀ କାରବାର, ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି । ଆଇନ,ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ ।

କର୍କଟ : ଆଜି ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିବେ । ଘର ଓ ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି । ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି ।

ସିଂହ : ଆଜି ବିବାଦୀୟ ଘଟଣାରେ ପଶିବା ଠିକ୍‌ ହେବନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ । କଠିନ ଶ୍ରମ ଓ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ଥଗିତ କାମ ସମ୍ପନ୍ନ କରିବେ ।

କନ୍ୟା : ପାରିବାରିକ ପରିସ୍ଥିତି ସୁଧାରିବାକୁ ଯାଇ କରଜ କରିବାକୁ ବାଧ୍ୟ ହେବେ । ପ୍ରିୟଜନଙ୍କ ଡାକରା ପାଇ ଦୂର ଜାଗାକୁ ଯିବାକୁ ପଡ଼ିପାରେ । ସହକର୍ମୀ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲରେ ସମର୍ଥ ହେବେ । କଳା, କ୍ରୀଡ଼ା,ସଙ୍ଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ ।

ତୁଳା : ଚିନ୍ତାଧାରା ବିକ୍ଷିପ୍ତ ରହିବା ଯୋଗୁ ଫସର ଫାଟି ଯାଉଥିବା ଲକ୍ଷ୍ୟକରି ମନ ଅଶାନ୍ତ ରହିବ । କର୍ମକ୍ଷେତ୍ରରେ ବିଶୃଙ୍ଖଳିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ ହେବ ।

ବିଛା : ପ୍ରତିବନ୍ଧକଜନିତ ସମସ୍ୟା ମଧ୍ୟରେ କାମ ଅଟକି ରହିଯାଇପାରେ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ପରିବାରରେ ପିଲାମାନଙ୍କ ସମ୍ବନ୍ଧୀୟ କେତେକ ସମସ୍ୟା ମନକୁ ବିଶେଷ ଭାବେ ଆନ୍ଦୋଳିତ କରିବ । ଆଲୋଚନା ପରିସରରେ ପରିସ୍ଥିତିରେ ପଡ଼ି ଠିକ୍‌ ବିଚାରକରି ପାରିବେନାହିଁ ।

ଧନୁ : ଆନୁଷ୍ଠାନିକ କାମରେ ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ତିକ୍ତତା ଦେଖାଦେଇପାରେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ସୂଚନା ପାଇପାରନ୍ତି । ଆଜି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ ।

ମକର : ଆଜି ନିଜ ମନ ଅନୁଯାୟୀ କାମଗୁଡ଼ିକ ନ ହେଲେ ମଧ୍ୟ ଅସଜଡ଼ା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ । କୌଣସି ଲୋକ ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ବିଭିନ୍ନ ପ୍ରକାର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ ।

କୁମ୍ଭ : ଅପ୍ରିୟ ସତ୍ୟକଥା କହି ବନ୍ଧୁମାନଙ୍କର ବିରାଗଭାଜନ ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଇଚ୍ଛା ବିରୋଧରେ କୌଣସି କାମ କରି ସମାଲୋଚିତ ହେବା କାରଣରୁ ଅନୁତାପ କରିବାକୁ ପଡ଼ିପାରେ ।

ମୀନ : ନିକଟ ସମ୍ପର୍କୀୟମାନଙ୍କ କଥାକୁ ବିଶ୍ୱାସକରି ଅସୁବିଧାରେ ପଡ଼ିପାରନ୍ତି । କଳା,ସାହିତ୍ୟ ଓ ସଙ୍ଗୀତ,କୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ସାଙ୍ଗଠନିକ କାର୍ଯ୍ୟ,ରାଜନୀତି ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆଗାମୀ କାଲିର କାର୍ଯ୍ୟ ସକାଶେ ଦିନସାରା କାମ ବଢ଼ିପାରେ ।

Leave a Reply

Your email address will not be published. Required fields are marked *