ରାଶିଫଳ

ଆଜିର ରାଶିଫଳ

Spread the love

ମେଷ : ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି ।

ବୃଷ : ଆଜି ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ବୁଝାମଣା ପ୍ରାୟତଃ ଭଲ ରହିବ ।

ମିଥୁନ :  ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ପାରିବାରିକ ସମସ୍ୟାକୁ ବଢ଼ାଇ ଦେଇପାରେ । ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ହିତୈଷୀଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ ।

କର୍କଟ : ମାନସିକ ଅସ୍ଥିରତା ଲାଗିରହିଥିଲେ ମଧ୍ୟ କାର୍ଯ୍ୟ ହାସଲରେ ଅସୁବିଧା ରହିବ ନାହିଁ । ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ଅନଟନ ସୁଧୁରିଯିବ । ଭ୍ରମଣ ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ବହୁତ ଭଲ ।

ସିଂହ : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବନାହିଁ । ପ୍ରତିବେଶୀଙ୍କ ସହ ସୁସମ୍ପର୍କ ରଖିପାରିଲେ ସାହାଯ୍ୟ ସହଯୋଗ ଅବଶ୍ୟ ମିଳିବ । ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି ।

କନ୍ୟା :  ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି । ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ ।

ତୁଳା : ଦୀର୍ଘଦିନରୁ ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।

ବିଛା : କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ସ୍ଥଗିତ ରହିଥିବା କାର୍ଯ୍ୟହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ ହେବେ ।

ଧନୁ : କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା ସ୍ଥଗିତ ରହି ଯାଇଥିବା କାମଟିକୁ ଝିନଝଟ୍‌ ମଧ୍ୟରେ ସମ୍ପୂର୍ଣ୍ଣ କରିବେ । ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ମକର : ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ସୁସ୍ଥ ମାନସିକତା କାରଣରୁ ଅନ୍ୟମାନଙ୍କୁ ଆକର୍ଷିତ କରାଇ କାମ ହାସଲ କରିପାରିବେ । ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି ।

କୁମ୍ଭ : କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସାହାଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ ।

ମୀନ : ପଡ଼ୋଶୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‌ ଧାରଣାକୁ ବଦଳାଇ ପାରିବେ ନାହିଁ । ଆଦାୟ ଅପେକ୍ଷା ଖର୍ଚ୍ଚ ବୃଦ୍ଧି ଚିନ୍ତାର କାରଣ ହେବ । ପାରିବାରିକ, ବ୍ୟବସାୟିକ, ସାମାଜିକ, ନୂତନ ପ୍ରକଳ୍ପ, ସମ୍ପର୍କୀୟ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ ।

Leave a Reply

Your email address will not be published. Required fields are marked *