ଆଠଗଡ଼ରେ ଆଉ ଏକ ହାତୀର ମୃତ୍ୟୁ
କରେଣ୍ଟ ଲାଗି ଗଲା ଦନ୍ତା ଜୀବନ। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଥିଲା । ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଥିବା ବେଳେ ତା ଶୁଣ୍ଢରେ ବିଦ୍ୟୁତ୍ ତାର ଗୁଡ଼ାଇ ହୋଇଥିବା ଦେଖିବାକୁ ମିଳିଛି ।ଦଶଫୁଟ୍ ଉଚ୍ଚତାରେ ତାରଟି ଯାଇଥିବା ଦେଖିବାକୁ ମିଳିଛି । ବିଦ୍ୟୁତ୍ ବିଭାଗର ଅବହେଳା ପାଇଁ ଏଭଳି ଘଟଣା ଘଟିଥିବା ନେଇ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି ।ଖବରପାଇ ଆଠଗଡ଼ ବନ ବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛନ୍ତି ।

