ରାଜ୍ୟ

ସ୍ୱାମୀଙ୍କୁ ହରାଇ ମେଦାନ୍ତ ହସ୍ପିଟାଲରୁ ଫେରିଲେ ଅପରାଜିତା

Spread the love

ଭୁବନେଶ୍ୱରରେ ପହଞ୍ଚିଲେ ଅପରାଜିତା ମହାନ୍ତି । ବିମାନବନ୍ଦରରୁ ସିଧା ଜଗନ୍ନାଥ ବିହାର ସ୍ଥିତ ବାସଭବନକୁ ଯାଇଛନ୍ତି ଅପରାଜିତା ।  ବିମାନବନ୍ଦରରୁ ସିଧା ଜଗନ୍ନାଥ ବିହାର ସ୍ଥିତ ବାସଭବନକୁ ଯାଇଛନ୍ତି ଅପରାଜିତା । ମେଦାନ୍ତରୁ ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର । ଏହା ପରେ ଭୁବନେଶ୍ୱର ସ୍ଥିତ ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ।ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା । ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଚିରବିଦାୟ ନେଇଛନ୍ତି ଉତ୍ତମ । ସାରା ରାଜ୍ୟରେ ଶହଶହ ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ। କିନ୍ତୁ ତାଙ୍କ ବିୟୋଗରେ ଆଜି ସାରା ଓଡିଶା କାନ୍ଦୁଛି ।

Leave a Reply

Your email address will not be published. Required fields are marked *