ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗଭୀର ଶୋକ ପ୍ରକାଶ
ଉତ୍ତମ ମହାନ୍ତି ଥିଲେ ଜଣେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ । ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ । ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଡଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି ।

