ଆଜିର ରାଶିଫଳ
ମେଷ : ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ । ବନ୍ଧୁ ସାମୟିକ ସୁଯୋଗକୁ ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ଭୁଲ୍ ବୁଝାମଣାରୁ ଭାଇ କିମ୍ବା ଭଉଣୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ଆଜିର ଯାତ୍ରା, ପ୍ରକାଶନ ତଥା କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନାହିଁ ।
ବୃଷ : ବିଭିନ୍ନ ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ କରିବାକୁ ବାଧ୍ୟହେବେ । ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟାକରି ପାରନ୍ତି । କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ । ରଚନାମତ୍କ କାମ, ଆନୁଷ୍ଠାନିକ କ୍ଷେତ୍ର ତଥା ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନାରୁ ଆଶ୍ୱସ୍ତି ଲାଭ କରିବେ ।
ମିଥୁନ : ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଅର୍ଥଲାଭର ସୁବିଧା ଯୋଗାଇଦେବ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ । ଅଭିମାନ କରିଥିବା ସନ୍ତାନ, ପଡ଼ୋଶୀଙ୍କ ଅଭିଯୋଗ ସକାଶେ ଦୁଃଖିତ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂରହୋଇଯିବ ।
କର୍କଟ : କର୍ମକ୍ଷେତ୍ରରେ ଜିଦ୍ରେ ଅଟଳ ରହିବା କାରଣରୁ କଳହ ଲାଗିପାରେ । ଅର୍ଥ ସମ୍ବନ୍ଧୀୟ ଆଲୋଚନା, ଜମିଜମା, ଆନୁଷ୍ଠାନିକ କାମରେ ମାନସିକ ଆଘାତ ପାଇପାରନ୍ତି । ସମସ୍ୟା ସମାଧାନ କ୍ଷେତ୍ରରେ ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ସାହାଯ୍ୟ କରିବେ । ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇଲେ ମଧ୍ୟ ଫେରିବା ସମୟରେ ପୂର୍ବର ଆନନ୍ଦ ରହିବନାହିଁ ।
ସିଂହ : କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟରୁ କାର୍ଯ୍ୟ ହାସଲ କରିବେ । ସାମୂହିକ କାମରେ ତଥା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିଙ୍କ ସହାୟତା କରିବେ । ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି ।
କନ୍ୟା : ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି କ୍ଷଣିକେ ଅପସରିଯିବ । ପଡ଼ୋଶୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ । ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ ।
ତୁଳା : ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଅଫିସ୍ରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ବିଛା : ନିଜ ଲୋକଙ୍କ ସହଯୋଗରୁ ସମାଧାନର ସୂତ୍ର ବାହାର କରିବାରେ ସମର୍ଥ ହେବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ମାଲିମକଦ୍ଦମା, ଜମିଜମା ସମସ୍ୟା, ସମାଧାନ ହୋଇପାରେ ।
ଧନୁ : ବିଭିନ୍ନ ଦିଗରୁ ପ୍ରତିବନ୍ଧକର ସାମ୍ନାକରି କାମ ହାସଲ କରିବାକୁ ପଡ଼ିବ । ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବା ଫଳରେ କିଛି ସମସ୍ୟା ଆସିବ । ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଦୂରେଇଯିବ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ ।
ମକର : ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସକରି ହଇରାଣରେ ପଡ଼ିପାରନ୍ତି । ବିବାହ ପାଇଁ ପ୍ରସ୍ତାବ ସମ୍ପର୍କିତ ଆଲୋଚନାକଲେ ଉପକୃତ ହେବେ । ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ ।
କୁମ୍ଭ : ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ । ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ସାମାଜିକ ସ୍ତରରେ ଉନ୍ନତିମୂଳକ କାମ ସକାଶେ ଦିନଟି ବହୁତ ଭଲ ।
ମୀନ : ଅନ୍ୟମନସ୍କ ରହିବା କାରଣରୁ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟିହେବ । ଅଭିମାନକରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇବେ । ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ।

