ରକ୍ତମୁଖା ହେଲା ମଦ୍ୟପ ବାପା
ଅଭିଯୁକ୍ତ ଜଣକ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲା । କୌଣସି କାରଣକୁ ନେଇ ସ୍ତ୍ରୀ ସହିତ ତା’ର ଝଗଡ଼ା ହୋଇଥିଲା । ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ଚାଲିଥିବାବେଳେ ପୁଅ ପହଞ୍ଚି ବାପାକୁ ବିରୋଧ କରିଥିଲା । ଏହାକୁ ନେଇ ନିଶାସକ୍ତ ବାପା ପୁଅକୁ ଛୁରି ଭୁସି ହତ୍ୟା କରିଥିବା ଜଣାପଡ଼ିଛି । ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଚଳାଇଛି । ଅଭିଯୁକ୍ତକୁ ଧରିବା ଲାଗି ପୋଲିସ ଉଦ୍ୟମ କରୁଛି ।

