ଆଞ୍ଚଳିକ

ଆଜିଠୁ ଆରମ୍ଭ ତୋଷାଳି ମେଳା

Spread the love

ଆଜିଠୁ ଆରମ୍ଭ ହେବ ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଭୁବନେଶ୍ବର ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୧୯ ରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ। ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପ୍ରଯୋଜିତ ବିଭିନ୍ନ ରାଜ୍ୟରୁ ୧୫୦ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ।

Leave a Reply

Your email address will not be published. Required fields are marked *