odisha

ବିଶ୍ୱ ପଖାଳ ଦିବସ

Spread the love

ଆଜି ପଖାଳ ଦିବସ ।ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା ।  ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା  । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ ।ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ । ଏଣୁ ପଖାଳର ଚାହିଦାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ରୂପେ ପାଳନ କରାଯାଉଛି ।ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା ।ସାଧାରଣତଃ ଗୀଷ୍ମଋତୁ ବା ଖରାଦିନେ ହିଁ ଓଡ଼ିଶାର ପ୍ରତ୍ୟେକ ଘରେ ପଖାଳର ଆସର ଦେଖିବାକୁ ମିଳିଥାଏ  । ପଖାଳ ସାଙ୍ଗକୁ ବଡିଚୁରା କି ଭଜା ଟିକିଏ ହେଲେ ପୂରା ପେଟ ଶାନ୍ତି  । କି ନେତା, କି ମନ୍ତ୍ରୀ । ସାନ-ବଡ଼, ଧନୀ ଗରିବ ।  ସବୁ ଭେଦଭାବକୁ ଭେଦ କରି ସମସ୍ତଙ୍କୁ ଏକାକାର କରିଦେଇଛି ପଖାଳ କଂସା  । କିଏ ବିଲ ହୁଡ଼ାରେ ବସି ପଖାଳ ଖାଏ, ତ ଆଉ କିଏ ତାରକା ହୋଟେଲରେ ପଖାଳ ଖାଏ  । ବିଭିନ୍ନ ରାଜ୍ୟରେ ପଖାଳକୁ ଭିନ୍ନ ଭିନ୍ନ ନାମରେ ସମ୍ଭୋଧନ କରାଯାଇଥାଏ ।  ଆସାମରେ ଏହାକୁ ପୋଇତାଭାତ, ଛତିଶଗଡରେ ପଖାଳ ବା ବୋରେ ଭାତ,ପଶ୍ଚିମବଙ୍ଗରେ ପାନ୍ତା ଭାତ, ତାମିଲନାଡୁରେ ବଖାଳବାତ କୁହାଯାଇଥାଏ ।

Leave a Reply

Your email address will not be published. Required fields are marked *