ଗାଜାରେ ଇସ୍ରାଏଲ ଆକ୍ରମଣ
ରାତି ସାରା ଇସ୍ରାଏଲ ଗାଜା ଉପରେ ବୋମା ବର୍ଷା କରିଛି। ଅନେକ ଘରକୁ ଟାର୍ଗେଟ୍ କରି ଇସ୍ରାଏଲ ଆକ୍ରମଣ କରିଥିବାରୁ ଏଥିରେ ମହିଳା, ଶିଶୁଙ୍କ ସମେତ ୮୫ ପାଲେଷ୍ଟିନୀୟଙ୍କ ମୃତ୍ୟୁ ହୋଇଥିବା ପାଲେଷ୍ଟିନୀୟ ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି। ଜାନୁଆରିରେ ଯୁଦ୍ଧବିରତି ହେବାପରେ ଇସ୍ରାଏଲ ପ୍ରଥମ ଥର ପାଇଁ ଗାଜାରେ ସ୍ଥଳ ଅପରେସନ୍ ଆରମ୍ଭ କରିଛି। ଗାଜାକୁ ଖାଦ୍ୟ, ଇନ୍ଧନ ସମେତ ଅନ୍ୟାନ୍ୟ ମାନବୀୟ ସହାୟତା ବନ୍ଦ କରିଦେଇଥିବା ଇସ୍ରାଏଲ ମଧ୍ୟ ହମାସ୍ ବିରୋଧରେ ଅପରେସନ୍ ଜୋରଦାର କରିବ ବୋଲି ପ୍ରତିଜ୍ଞା କରିଛି। ହମାସ ୫୯ ପଣବନ୍ଦୀଙ୍କୁ ମୁକ୍ତ ନକରିବା ପର୍ଯ୍ୟନ୍ତ ଏହା ସ୍ଥଳ ଅପରେସନ୍ ଜୋରଦାର କରିବ ବୋଲି କହିଛି।

