ରାଜ୍ୟ

କାଳବୈଶାଖୀ ପାଇଁ ପାଗରେ ପରିବର୍ତ୍ତନ

Spread the love

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ ଲାଗି ରହିଥିବା ବେଳେ ଟ୍ୱିନସିଟି ଏବେ ଝିପିଝିପି ବର୍ଷା ଆରମ୍ଭ ହେଲାଣି । ତେବେ ଗତକାଲିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଦେଖା ଦେଇଛି । ଖରାର ପ୍ରଭାବ ବିଶେଷ ନଥିବା ବେଳେ ହାଲକା ହାଲକା ଥଣ୍ଡା ପବନ ବି ଦେଉଛି । କାଳବୈଶାଖୀ ବର୍ଷା ପ୍ରବାହରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରି ସେଲସିୟସ ଯାଏ ତାପମାତ୍ରା ହ୍ରାସ ପାଇବ। ୨୫ ତାରିଖ ପରଠାରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି ବିଜୁଳି ଘଡ଼ ଘଡ଼ି ସହ ୭ରୁ ୧୧ ସେମି ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *