ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ
ଜଟଣୀ ପୌରପାଳିକାରେ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ପୈତୃକ ଗ୍ରାମ ସୋରଡ଼ାର ୩ଟି ଘରେ ଭିଜିଲାନ୍ସ ଛାନଭିନ୍ କରୁଛି । ଏହାସହିତ ଭୁବନେଶ୍ୱର ବାସଭବନ ଓ ବ୍ରହ୍ମପୁରରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରୁଛି ।

