ମୁଖ୍ୟ ଖବର

କାମାକ୍ଷାନଗର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Spread the love

କାମାକ୍ଷାନଗର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି।

Leave a Reply

Your email address will not be published. Required fields are marked *