ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଶପଥ ଗ୍ରହଣ ଉତ୍ସବରେ ଓଡିଶା ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଅଛନ୍ତି ।ଜଷ୍ଟିସ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାରଙ୍କ ସହମତି ପରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି ।

