odisha

ଚାନ୍ଦିପୁରରେ ଆଜି କ୍ଷେପଣାସ୍ତ୍ର ପରୀକ୍ଷ

Spread the love

ଚାନ୍ଦିପୁର ଆଇଟିଆର ଏଲସି-୩ କ୍ଷେପଣାସ୍ତ୍ର ଘାଟିରୁ ହେବାକୁ ଥିବା କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ପରୀକ୍ଷଣ ପାଇଁ ନିର୍ଦ୍ଧାରିତ ହୋଇଥିବା ସାଢେ ୨ କିଲୋମିଟର ପରିଧି ଅଞ୍ଚଳର ଜନସାଧାରଣଙ୍କୁ ସ୍ଥାନାନ୍ତର ଓ ସୁରକ୍ଷା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ।ଜୟଦେବକସବା ପାହି ଓ ସାହାଜାନଗର ପାହି , ଭୀମପୁର ପାହି, ତୁଣ୍ଡରା ପାହି , ଖଡୁପାହି ଓ କୁସୁମୁଳୀ ଅଞ୍ଚଳର ମୋଟ ୩୨୦୦ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁବନ୍ଦୋବସ୍ତ କରାଯାଇଛି । ଖଡୁ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅସ୍ଥାୟୀ ଶିବିର ନିର୍ମାଣ କରାଯାଇଛି । ସେମାନଙ୍କୁ ସେଠାରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି ।

 

Leave a Reply

Your email address will not be published. Required fields are marked *