ଓଲଟିଲା ଯାତ୍ରୀବାହୀ ବସ୍ ୩ ଗୁରୁତର
ରାୟଗଡ଼ା କୋଲନରା ବ୍ଳକ ମୁକୁନ୍ଦୁପୁରୁ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ଅଛନ୍ତି । ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାୟଗଡା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

