ଅନ୍ଵେଷା ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ଘଟଣା
ବୁଧବାର ଅନ୍ଵେଷା ହଷ୍ଟେଲର ତୃତୀୟ ମହଲା ବାଲକୋନୀରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଉଦଳା ବିଧାୟକ ଭାସ୍କର ମଢେଇ ମଧ୍ୟ ଆସି ଘଟଣାସ୍ଥଳରେ ପହଞ୍ଚିଥିଲେ।ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ଅନ୍ଵେଷା ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା। ବିଳମ୍ଵିତ ରାତିରେ ହଷ୍ଟେଲ ଛାଡ଼ିଲେ ଅନ୍ତେବାସୀ। ବୁଧବାର ବିଳମ୍ଵିତ ରାତିରେ ଅଭିଭାବକମାନେ ହଷ୍ଟେଲରେ ପହଞ୍ଚି ସେମାନଙ୍କ ପିଲାମାନଙ୍କୁ ନେଇଯାଇଛନ୍ତି। ହଷ୍ଟେଲରେ ୧୭୦ ଛାତ୍ରୀ ରହୁଥିବା ବେଳେ ଅର୍ଦ୍ଧାଧିକ ଛାତ୍ରୀ ବିଳମ୍ବିତ ରାତିରେ ହଷ୍ଟେଲ ଛାଡିଛନ୍ତି। ଏହି ଘଟଣା ପରେ ଅଭିଭାବକଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି। ଅଭିଭାବକମାନେ ପିଲାମାନଙ୍କ ଭବିଷ୍ୟତ ସୁରକ୍ଷିତ ମଣୁ ନାହାଁନ୍ତି। ହଷ୍ଟେଲରେ ସୁରକ୍ଷା ବ୍ୟବସ୍ଥା ଢିଲା ଥିବା ଅଭିଯୋଗ ଆଣିଛନ୍ତି।

