odisha

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର

Spread the love

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହି ଯାତ । ପ୍ରଭୁ ଶ୍ରୀରାମଙ୍କ ଲୀଳା ଏବଂ କଥାବସ୍ତୁ କଳାକାରମାନେ ବିଭିନ୍ନ ଜାଗା ଆଖଡ଼ା, ସାହି ଓ ବଡ଼ଦାଣ୍ଡରେ ପରିବେଷଣ କରିବେ । ଏଣୁ ସାହିଯାତ ୨୦୨୫ ପାଇଁ ଶ୍ରୀକ୍ଷେତ୍ର ଏବେ ଚଳଚଞ୍ଚଳ । ପୁରୀର ପ୍ରସିଦ୍ଧ ସାହି ଯାତରେ ପ୍ରଭୁ ଶ୍ରୀରାମଙ୍କ କଥାବସ୍ତୁ ଅତି ଚମତ୍କାର ଭାବେ ପରିବେଷିତ ହୋଇଥାଏ । ତେବେ ସାହି ଯାତକୁ ସଫଳ କରିବା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଏହାକୁ ଦେଖିବା ପାଇଁ ଅତି ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ଭକ୍ତ ଓ ଶ୍ରୀକ୍ଷେତ୍ର ବାସି ।

Leave a Reply

Your email address will not be published. Required fields are marked *