ରାସନ୍ କାର୍ଡକୁ ନେଇ ବଡ଼ ଖବର
ଗୁରୁବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖର୍ଚ୍ଚ ଦାବି ନେଇ ଆଲୋଚନା ହୋଇଥିଲା । ଏହି ସମୟରେ ବିଜେଡି ବିଧାୟକମାନେ କହିଥିଲେ, ରାଜ୍ୟରେ ଜଣେ ଶ୍ରମିକ ଦିନକୁ ୫୦୦ ଟଙ୍କାରୁ ଅଧିକ ରୋଜଗାର କରୁଛି । ଏମିତି ହେଲେ, ଜଣେ ଶ୍ରମିକର ମାସିକ ମଜୁରି ହିସାବ କଲେ, ସବୁ ରାସନ୍ କାର୍ଡ କଟିଯିବ । ଯାହାର ଉତ୍ତର ଦେଇଥିଲେ ମନ୍ତ୍ରୀ । ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ, ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି, ଆମେ କାହାର ରାସନ୍ କାର୍ଡ କାଟିବୁନି । ୧୦ ହଜାର ଓ ୧୫ ହଜାର ମାସିକ ଆୟ କଥା କେନ୍ଦ୍ର ଗାଇଡ୍ଲାଇନ୍ରେ ଅଛି । ହେଲେ କାହାର ବି ରାସନ୍ କାର୍ଡ କଟିବନି ବୋଲି ମନ୍ତ୍ରୀ କହିଥିଲେ | ରାଜ୍ୟ ସରକାର ରାଶନ ସାମଗ୍ରୀ ବଣ୍ଟନ ପାଇଁ ସମୟ ନିର୍ଘଣ୍ଟ ଜାରି କରିଛନ୍ତି । ଗ୍ରୀଷ୍ମପ୍ରବାହ ପାଇଁ ସକାଳ ୭ରୁ ୧୦, ସଂଧ୍ୟା ୫ରୁ ୮ଟା ଯାଏ ବଣ୍ଟନ ହେବ । ଏହାସହ ପାନୀୟ ଜଳ, ଓଆରଏସ ମହଜୁଦ ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି ।

