odisha

ଆଉ ୮ ସହରରେ ଗଡ଼ିବ ‘ଆମ ବସ୍’

Spread the love

କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି । ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର ଓ ରାୟଗଡ଼ାରେ ଆମ ବସ ଗଡ଼ିବ । ଦ୍ରୁତ ଗାଡ଼ିଚାଳନା ଉପରେ ଅଙ୍କୁଶ ଲଗାଯାଇଛି । ଇଲେକ୍ଟି୍ର ବସର ବେଗ ଘଣ୍ଟା ପ୍ରତି ୩୫ କିଲୋମିଟର ରଖାଯାଇଥିବା ବେଳେ ଡିଜେଲ ବସର ଘଣ୍ଟା ପ୍ରତି ବେଗ ୪୦ କିଲୋମିଟର ରଖାଯାଇଛି ।ଏଥିସହିତ ସୁରକ୍ଷିତ ଡ୍ରାଇଭିଂ ନେଇ ପ୍ରଶିକ୍ଷଣ ମଧ୍ୟ ଦିଆଯିବ ।ଏହାକୁ ପ୍ରତିହତ କରିବା ପାଇଁ ଡ୍ରାଇଭରଙ୍କୁ ଉପଯୁକ୍ତ ତାଲିମ ଦିଆଯାଇ ପରେ ନିଯୁକ୍ତି ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏହାସହ ଯାତ୍ରୀଙ୍କ ଉତ୍ତମ ସେବା ଓ ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦିଆଯିବ । ପ୍ରତ୍ୟେକ ସହରରେ ପାସ ବ୍ୟବସ୍ଥା କରାଯିବ। ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା କ୍ୟାପ୍ଟେନ, ଗାଇଡ୍‌କୁ ମିଳିବ ସ୍ବୀକୃତି ଏବଂ ସମ୍ମାନ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *