ହିଟୱେଭ୍ ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ଅସମ୍ଭାଳ ଖରାରେ ସାରା ଓଡ଼ିଶାବାସୀ ଖରାରେ ଭାଜି ହେଉଛନ୍ତି ।ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ । ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ । ହିଟୱେଭ୍ ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କଳାହାଣ୍ଡିକୁ ଖରା ନେଇ ଆଲର୍ଟ ହୋଇଛି। କିଛି ସ୍ଥାନରେ ୪୨ ଡିଗ୍ରୀ ଟପିପାରେ ତାପମାତ୍ରା ।ଏହିପରି ୩୦ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ,ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରି ୪ଦିନର ତାତିରେ ଓଡ଼ିଶା ସିଝିବା ପରେ ବଦଳିବ ପାଗ ।

