ମିଆଁମାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ବଢୁଛି ମୃତ୍ୟୁ ସଂଖ୍ୟା
ମିଆଁମାରରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ଯ୍ୟୟ ହୋଇଛି । ୭.୭ ତୀବ୍ରତାର ଭୂକମ୍ପ ପ୍ରଭାବରେ ମିଆଁମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି । ମିଆଁମାରରେ ୧୦୦୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୦୦ରୁ ଅଧିକ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ । ମିଆଁମାରର ଭୂକମ୍ପର ପ୍ରଭାବ ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲାଣ୍ଡର ରାଜଧାନୀ ବ୍ୟାଂକକରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି ।ଏହାକୁ ଦୃଷ୍ଟିରେ ରଖି ଏବେ ଭାରତ ସରକାର ୧୫ଟନର ରିଲିଫ୍ ସାମଗ୍ରୀ ପଠାଇଛନ୍ତି ।ଅନେକ ଲୋକ ଧ୍ବଂସ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ । ଧ୍ବଂସସ୍ତୁପ ତଳୁ ଜୀବନର ସନ୍ଧାନ କରୁଛନ୍ତି ଉଦ୍ଧାରକାରୀ ।ଅନେକ ପୋଲ ଭାଙ୍ଗି ଯାଇଛି । ରାସ୍ତା ଫାଟି ଯାଇଛି । ବହୁ ବଡ଼ ବଡ଼ ଡ୍ୟାମ କ୍ଷତିଗ୍ରସ୍ତ ହୋଇଛି । ଭୂକମ୍ପ ପରେ ମିଆଁମାରରେ ରାଷ୍ଟ୍ରୀୟ ବିପତ୍ତି ଘୋଷଣା କରାଯାଇଛି । କିଛି ସ୍ଥାନ ମୃତ୍ୟୁର ଇଲାକା ପାଲଟି ଯାଇଛି । ଭୂମିକମ୍ପରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ନାପିଡୋ ଓ ମଣ୍ଡାଲୟ । ମିଆଁମ୍ୟାରର ଦ୍ବିତୀୟ ବୃହତ ସହର ନାପିଡୋ ।

