ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଏନ୍କାଉଣ୍ଟର
ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । DRG ଏବଂ CRPF କୋବ୍ରା ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି । ସୁକମା-ଦାନ୍ତେୱାଡ଼ା ସୀମାରେ ଗୁଳି ବିନିମୟ ଜାରି ରହିଛି ।ଯାହାକୁ ଆଧାର କରି DRG ଓ ସିଆର୍ପିଏଫ୍ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍ ଆରମ୍ଭ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ।ଯାହାପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ସୁରକ୍ଷାକର୍ମୀଙ୍କ ଗୁଳିରେ ୧୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏହାସହ ଘଟଣାସ୍ଥଳରୁ ବିପୁଳ ପରିମାଣର ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

