ଇଦ୍ ପାଳୁଛନ୍ତି ମୁସଲିମ ଧର୍ମାବଲମ୍ବୀ
ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ ।ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ । ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା ରମଜାନ ମାସକୁ ଇସଲାମରେ ସବୁଠୁ ପବିତ୍ର ମାସ କୁହାଯାଏ ।ସମୁହ ନମାଜ ପାଠ ପାଇଁ ସମସ୍ତ ମସଜିଦରେ ସକାଳୁ ସକାଳୁ ଭିଡ ଲାଗିଛି। କଟକରେ ସୁରକ୍ଷା ଦୃଷ୍ଟି କୋଣରୁ କମିଶନରେଟ ପୋଲିସ ପକ୍ଷରୁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି ।

