ରାଜ୍ୟ

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି

Spread the love

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀ ହେବ।

ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉପକୂଳ ସମେତ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୬ ତାରିଖଠାରୁ ପାଗ ଶୁଖିଲା ହେବା ସହ ତାପମାତ୍ରା ପୁଣି ବଢ଼ିବ। ଆଜି ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରି ଓ ବୌଦ୍ଧରେ ୪୦ ଡିଗ୍ରି ରେକର୍ଡ ହୋଇଛି। ଫୁଲବାଣୀ, କେନ୍ଦୁଝର, କୋରାପୁଟ, ରାଉରକେଲାରେ ହାଲୁକା ବର୍ଷା ହୋଇଛି।

Leave a Reply

Your email address will not be published. Required fields are marked *